Top 10 similar words or synonyms for ମକର

ଧନ    0.692196

ହଳ    0.687113

ପବ    0.666552

ନଠ    0.651002

ଉପବ    0.643723

ଆଷ    0.640398

ଥଳର    0.636656

ଭଣ    0.635164

ମବ    0.633425

ଣଙ    0.632598

Top 30 analogous words or synonyms for ମକର

Article Example
ମକର ସଂକ୍ରାନ୍ତି ଏ ସଂପର୍କରେ ସ୍କନ୍ଦପୁରାଣର ବିଷ୍ଣୁଖଣ୍ଡରେ ଉଲ୍ଲେଖ ରହିଛି ଯେ ମହର୍ଷି କଶ୍ୟପ ପୂର୍ବ କଳ୍ପ (ବ୍ରହ୍ମାଙ୍କର ଏକଦିନ ମନୁଷ୍ୟ ଗଣନାରେ ୪୩୨ କୋଟି ବର୍ଷ)ରେ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରୀତି ନିମନ୍ତେ ଶ୍ରୀମନ୍ଦିରରେ ଏହି ମହୋତ୍ସବ ପାଳନ କରିଥିଲେ ।
ମକର (ମାସ) ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସୂର୍ଯ୍ୟ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ୧୨ ମାସରେ ପୃଥିବୀର ଚାରିଆଡ଼େ ପ୍ରଦକ୍ଷିଣ କରେ । ୩୦ ଡିଗ୍ରୀ ପରିମିତ ଏହି ପ୍ରତ୍ୟେକ କାଳ୍ପନିକ ଅଂଶ ଗୋଟିଏ ଗୋଟିଏ ରାଶି ନାମରେ ନାମିତ( ଅର୍ଥାତ୍ ମେଷ, ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା ବିଛା, ଧନୁ, ମକର, କୁମ୍ଭ, ମୀନ) । ସୂର୍ଯ୍ୟ ଯେଉଁ ସମୟ ମଧ୍ୟରେ ଏହି ମକର ରାଶିରେ ଅବସ୍ଥାନ କରେ ସେହି ସମୟ ତୁଳା ମାସ ନାମରେ ନାମିତ । ସାଧାରଣତଃ ଏହା ଇଂରାଜୀ ମାସ ଜାନୁଆରୀର ମଧ୍ୟ ଭାଗରୁ ଆରମ୍ଭ ହୋଇ ଫେବୃଆରୀ ମାସର ମଧ୍ୟ ଭାଗରେ ଶେଷ ହୁଏ ‌। ହିନ୍ଦୁମାନଙ୍କର ଚାନ୍ଦ୍ରମାନ ମାସ ପୌଷ ଓ ମାଘ ସହ ଏହା ସମ୍ବନ୍ଧିତ । ଏହିପରିଭାବେ ୧୨ଟି ରାଶି ନାମରେ ନାମିତ ୧୨ଟି ସୌରମାସ ଅଥବା ଏକ ସୌର ବର୍ଷର ପରିମାଣ ୩୬୫ ଦିନ । ମୂଖ୍ୟତଃ ଭାରତୀୟ ଶୀତ ଋତୁରେ ପଡୁଥିବା ଏହି ସୌର ମାସରେ ମକର ସଂକ୍ରାନ୍ତି ଇତ୍ୟାଦି ହିନ୍ଦୁ ପର୍ବ ପର୍ବାଣୀ ପାଳିତ ହୁଏ ।
ମକର ସଂକ୍ରାନ୍ତି ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ "ପୋଙ୍ଗଲ" ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତିକୁ ମାଘ ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ମକର (ରାଶି) ସୌରଜଗତରେ ଗ୍ରହ ମାନେ ସୂର୍ଯ୍ୟଙ୍କୁ କେନ୍ଦ୍ରକରି ଏକ କାଳ୍ପନିକ ଅଣ୍ଡାକୃତି ପଥରେ ଘୁରିବୁଲୁଥାନ୍ତି । ହିନ୍ଦୁ ଜ୍ୟୋତିଷରେ ଏହି କାଳ୍ପନିକ ପଥ ବା ରାଶିଚକ୍ରକୁ(୩୬୦ ଡିଗ୍ରୀ) ୧୨ ଭାଗ କରାଯାଇ ପ୍ରତ୍ୟେକ ଭାଗକୁ (୩୦ ଡିଗ୍ରୀ) ଗୋଟୀଏ ଗୋଟିଏ ରାଶିର କଳ୍ପନା କରାଯାଇଛି । ମକର ହେଉଛି ତନ୍ମଧ୍ୟରୁ ଦଶମ ରାଶି ।
ମକର ସଂକ୍ରାନ୍ତି ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତୁ୍ୟବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉସôବ ମହାସମାରୋହରେ ପାଳିତ ହୋଇଥାଏ । ଏହି ଯାତ୍ରା ସମ୍ବନ୍ଧରେ ସ୍କନ୍ଦପୁରାଣରେ ଉଲ୍ଲେଖ ରହିଛି ଯେ, ମହା ପୁଣ୍ୟମୟ ମକର ସଂକ୍ରାନ୍ତି ଦିନ ଶ୍ରୀକ୍ଷେତ୍ରରେ ତୀର୍ଥରାଜ ମହୋଦଧିରେ ସ୍ନାନ କରି ଶ୍ରୀମନ୍ଦିରରେ କଳ୍ପବଟ ପ୍ରଦକ୍ଷିଣପୂର୍ବକ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଅଶେଷ ଫଳପ୍ରାପ୍ତି ହୋଇଥାଏ ।